The Ultimate Managed Hosting Platform
ADVERTISEMENT

ଆଇପିଏଲ ମୁକାବିଲା : ଆଜି ମୁହାଁମୁହିଁ ହେବେ ମୁମ୍ବାଇ-ଚେନ୍ନାଇ

Facebook
Twitter
LinkedIn

ମୁମ୍ବାଇ : ଆଜି ଆଇପିଏଲରେ ମହାମୁକାବିଲା। ମୁହାଁମୁହିଁ ହେବେ ମୁମ୍ବାଇ-ଚେନ୍ନାଇ। ମୁମ୍ବାଇ ୱାଙ୍ଖଡ଼େ ଷ୍ଟାଡିୟମ୍ରେ ଚେନ୍ନାଇ ସୁପର କିଙ୍ଗସ୍କୁ ଭେଟିବ ୫ ଥରର ଚାମ୍ପିୟନ୍ ଦଳ ମୁମ୍ବାଇ ଇଣ୍ଡିଆନ୍ସ। ଆସି ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ ମ୍ୟାଚ୍। ମ୍ୟାଚ୍ ଦେଖିବା ପାଇଁ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି କ୍ରିକେଟପ୍ରେମୀ। ଚଳିତ ସିଜିନ୍ରେ ଚେନ୍ନାଇ ଦୁଇଟି ମ୍ୟାଚ୍ ଖେଳିଥିବାବେଳେ ଗୋଟିଏରେ ବିଜୟ ଓ ଗୋଟଏରେ ପରାଜୟ ବରଣ କରିଛି। ସେହିପରି ଏପର୍ୟ୍ୟନ୍ତ ବିଜୟର ସ୍ୱାଦ ଚାଖିପାରିନି ମୁମ୍ବାଇ। ତେଣୁ ଆଜିର ମ୍ୟାଚ୍ ଜିତି ବିଜୟ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବ ଦଳ। ଆଇପିଏଲ ଇତିହାସରେ ଉଭୟ ଦଳ ୩୪ ଥର ମୁହାଁମୁହିଁ ହୋଇଥିବାବେଳେ ମୁମ୍ବାଇ ୨୦ଟିରେ ଓ ଚେନ୍ନାଇ ୧୪ଟିରେ ବିଜୟ ଲାଭ କରିଛି। ଆଜି ପ୍ରଥମ ମ୍ୟାଚ୍ରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ। ଅପରାହ୍ଣ ୩ଟା ୩୦ରେ ଗୌହାଟୀରେ ଖେଳାଯିବ ମ୍ୟାଚ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login