The Ultimate Managed Hosting Platform
ADVERTISEMENT

ଆଉ ୪ ଦିନ ଖରା ବର୍ଷାର ଲୁଚକାଳି ଖେଳ, ଆଜି ୨୧ ଜିଲ୍ଲାକୁ କାଳବୈଶାଖି ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ। ମଧ୍ୟାହ୍ନରେ ତାତି ରହିଲେ ମଧ୍ୟ ଅପରାହ୍ନରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ। ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ବାକି ୨୧ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ବିଶେଷ କରି କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।
ବିହାରଠାରୁ ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ପର୍ୟ୍ୟନ୍ତ ଲମ୍ବିଥିବା ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି । କାଳବୈଶାଖୀକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି। ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login