ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି । ଗତକାଲି ମଧ୍ୟ ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସମସ୍ତ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହିଛନ୍ତି । ଏସବୁ ଭିତରେ ରାଜ୍ୟରେ କରୋନାକୁ ନେଇ ସେଭଳି କିଛି ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ବେଳେ କେହି ସେମିତି ଗୁରୁତର ହୋଇନାହାନ୍ତି ।
Views: 93











