ଭୁବନେଶ୍ୱର : ଆଉ ୮ ସହରରେ ଗଡିବ “ଆମ ବସ” । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର ଓ ରାୟଗଡ଼ାରେ ଆମ ବସ ଗଡ଼ିବ । କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଦ୍ରୁତ ଗାଡ଼ିଚାଳନା ଉପରେ ଅଙ୍କୁଶ ଲଗାଯାଇଛି । ଇଲେକ୍ଟି୍ର ବସର ବେଗ ଘଣ୍ଟା ପ୍ରତି ୩୫ କିଲୋମିଟର ରଖାଯାଇଥିବା ବେଳେ ଡିଜେଲ ବସର ଘଣ୍ଟା ପ୍ରତି ବେଗ ୪୦ କିଲୋମିଟର ରଖାଯାଇଛି । ଏଥିସହିତ ସୁରକ୍ଷିତ ଡ୍ରାଇଭିଂ ନେଇ ପ୍ରଶିକ୍ଷଣ ମଧ୍ୟ ଦିଆଯିବ । ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ ଚେୟାରମ୍ୟାନ ଶ୍ରୀମତି ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ହୋଇଥିଲା ।
Views: 24