ନୂଆଦିଲ୍ଲୀ : ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଜବାବ ଦେଇଛନ୍ତି କଂଗ୍ରେସ ନେତା ଶଶି ଥରୁର । ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତରୁ ପାକିସ୍ତାନକୁ ଯାଉଥିବା ସିନ୍ଧୁ ନଦୀ ଜଳକୁ ଭାରତ ସରକାର ବନ୍ଦ କରି ଦେଇଛନ୍ତି। ଏହା ପରେ ପ୍ରତିକ୍ରିୟାଶୀଳ ହୋଇଛି ପାକିସ୍ତାନ। ଶନିବାର ଏହାକୁ ବିରୋଧ କରି ବିଲାୱଲ କହିଥିଲେ ଯେ, “ମୁଁ ସିନ୍ଧୁ ନଦୀ କୂଳରେ ଠିଆ ହୋଇ ଭାରତକୁ କହିବାକୁ ଚାହେଁ ଯେ, ସିନ୍ଧୁ ଆମର ଏବଂ ଏହା ଆମର ରହିବ। ଆମର ପାଣି ଏହି ନଦୀ ଦେଇ ପ୍ରବାହିତ ହେବ ନଚେତ୍ ସେମାନଙ୍କର ରକ୍ତ ଏଥିରେ ପ୍ରବାହିତ ହେବ। ଭାରତ ସିନ୍ଧୁ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଥରୁର କହିଛନ୍ତି, “ପାକିସ୍ତାନ ବିରୋଧରେ ଆମର କୌଣସି ଆକ୍ରମଣାତ୍ମକ ଉଦ୍ଦେଶ୍ୟ ନାହିଁ। କିନ୍ତୁ ଯଦି ସେମାନେ କିଛି କରନ୍ତି, ତେବେ ସେମାନଙ୍କୁ ଉଚିତ୍ ଜବାବ ମିଳିବ। ଯଦି ରକ୍ତପାତ ହୁଏ, ତେବେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ।”
ଆକ୍ରମଣ କଲେ ପାକିସ୍ତାନ ହେବ ଅଧିକ ରକ୍ତାକ୍ତ, ପାକ ନେତାଙ୍କୁ ଶଶି ଥରୁରଙ୍କ ଜବାବ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...