ଭୁବନେଶ୍ୱର : ପୁଣିଥରେ ଉପରମୁହାଁ ହୋଇଛି ଦିନର ତାପମାତ୍ରା । ପଶ୍ଚିମ ଓଡ଼ିଶା ତତଲା ତାୱାରେ ଭାଜି ହେଉଥିବା ବେଳେ ଉପକୂଳ ଓଡ଼ିଶାରେ ବି ବଢ଼ିଛି ତାତି । ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ପାର୍ ହୋଇଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରି ରେକର୍ଡ ହୋଇଛି । ତେବେ ଗତକାଲି ୧୧ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା । ୪୩.୫ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ବଲାଙ୍ଗୀରର ତାପମାତ୍ରା ଥିଲା ୪୨.୪ ଡିଗ୍ରୀ । ଉଭୟ ଭୁବନେଶ୍ବର ଓ କଟକର ତାପମାତ୍ରା ୩୭ ଡିଗ୍ରୀ ଟପିଥିଲା । ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୪ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିବ । ଏପରିକି ଦିନର ସର୍ବୋଚ୍ଚ ତାପମାତ୍ରାରେ ମଧ୍ୟ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ଆଜି କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଗାମୀ ୪ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











