ନୂଆଦିଲ୍ଲୀ : ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟା ଓ ଡିକେ ଶିବକୁମାର । ଅପରାହ୍ଣ ୧୨ଟା ୩୦ରେ ହେବ ଶପଥ ଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବ ପାଇଁ ବେଙ୍ଗାଲୁରୁ ଶ୍ରୀ କାନ୍ତିରବା ଷ୍ଟାଡିୟମରେ ସମସ୍ତ ପ୍ରସ୍ତୁତି ସରିଛି । କିଛି ମନ୍ତ୍ରୀ ବି ଶପଥ ନେବେ। ଶପଥ ଗ୍ରହଣ ଉତ୍ସବ ସ୍ଥଳରୁ ବିରୋଧୀ ଏକତାର ବାର୍ତ୍ତା ଦେବାକୁ ଚାହୁଁଛି କଂଗ୍ରେସ । ଉତ୍ସବରେ ସାମିଲ ହେବେ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଶରଦ ପାଓ୍ଵାର, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫ୍ତି, ବାମ ଦଳର ଡି ରାଜା ଓ ସୀତାରାମ ୟେଚୁରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରିତ ହୋଇଛନ୍ତି। ୩ କଂଗ୍ରେସ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ଅଶୋକ ଗେହଲଟ ଓ ସୁଖଓ୍ଵିନ୍ଦର ସିଂ ସୁଖୁ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ।
ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର, ସିଦ୍ଦରମୈୟା ହେବେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











