The Ultimate Managed Hosting Platform
ADVERTISEMENT

ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର, ସିଦ୍ଦରମୈୟା ହେବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟା ଓ ଡିକେ ଶିବକୁମାର । ଅପରାହ୍ଣ ୧୨ଟା ୩୦ରେ ହେବ ଶପଥ ଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବ ପାଇଁ ବେଙ୍ଗାଲୁରୁ ଶ୍ରୀ କାନ୍ତିରବା ଷ୍ଟାଡିୟମରେ ସମସ୍ତ ପ୍ରସ୍ତୁତି ସରିଛି । କିଛି ମନ୍ତ୍ରୀ ବି ଶପଥ ନେବେ। ଶପଥ ଗ୍ରହଣ ଉତ୍ସବ ସ୍ଥଳରୁ ବିରୋଧୀ ଏକତାର ବାର୍ତ୍ତା ଦେବାକୁ ଚାହୁଁଛି କଂଗ୍ରେସ । ଉତ୍ସବରେ ସାମିଲ ହେବେ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଶରଦ ପାଓ୍ଵାର, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫ୍ତି, ବାମ ଦଳର ଡି ରାଜା ଓ ସୀତାରାମ ୟେଚୁରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରିତ ହୋଇଛନ୍ତି। ୩ କଂଗ୍ରେସ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ଅଶୋକ ଗେହଲଟ ଓ ସୁଖଓ୍ଵିନ୍ଦର ସିଂ ସୁଖୁ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login