The Ultimate Managed Hosting Platform
ADVERTISEMENT

ଆଜିଠୁ ତାତିରେ ସିଝିବ ଓଡିଶା : ଅନୁଭୂତ ହେବ ଭୀଷଣ ତାତି ଓ ଗୁଳୁଗୁଳି , ଆଗକୁ ୪୫ ଡିଗ୍ରୀ ଛୁଇଁପାରେ ପାରଦ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ଭୀଷଣ ତାତି ଓ ଗୁଳୁଗୁଳି। ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ଣ ଲହରୀ ସହ ଉଷ୍ଣ ଓ ଆଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି । ଫଳରେ ତାତି ବଢିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଝାଞ୍ଜି ପବନ ମଧ୍ୟ ବହିବା ସମ୍ଭାବନା ରହିଛି । ଏହାକୁ ନେଇ କେତେକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ଣ ପ୍ରବାହ ଆହୁରି ବଢିବା ଆକଳନ କରାଯାଇଛି । ଏହି ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login