ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଭୁବନେଶ୍ବର ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୧୯ ରୁ ୩୧ ମାର୍ଚ୍ଚ ପର୍ୟ୍ୟନ୍ତ ଚାଲିବ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ। ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପ୍ରଯୋଜିତ ବିଭିନ୍ନ ରାଜ୍ୟରୁ ୧୫୦ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ। ଓଡ଼ିଶା ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ରହିବ । ପ୍ରତ୍ୟେକ ଦିନ ୩ ରୁ ରାତି ୧୦ ପର୍ୟ୍ୟନ୍ତ ଖୋଲା ରହିବ ମେଳା । ଚଳିତବର୍ଷ ୩୦ ଲକ୍ଷ ଜନ ସମାଗମ ସହ ୨୮ କୋଟିର ବାଣିଜ୍ୟ ଆଶା ରଖିଛି ବିଭାଗ ।
Views: 69