ଭୁବନେଶ୍ୱର : ଆଜିଠୁ ବଢିବ ତାତି । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ଉପକୂଳ ଓଡିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିପରି ତାତି ଓ ଆର୍ଦ୍ରତା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ସମେତ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
Views: 22