The Ultimate Managed Hosting Platform
ADVERTISEMENT

ଆଜିଠୁ ମାଟ୍ରିକ ଖାତା ଦେଖା

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତା ଦେଖା । ମୋଟ ୫୧ଟି କେନ୍ଦ୍ରରେ ଖାତା ଦେଖା ପାଇଁ ବ୍ୟବସ୍ଥା । ୧୨ଶହ ଶିକ୍ଷକ ଶିକ୍ଷୟତ୍ରୀ ଖାତା ଦେଖାରେ ସାମିଲ ହେବେ । ପ୍ରାୟ ୧୨ ଦିନ ବ୍ୟାପୀ ମୂଲ୍ୟାୟନ ଚାଲିବ। ଖାତା ଦେଖାରେ ନିୟୋଜିତ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ଏହି ସମୟରେ କେନ୍ଦ୍ର କ୍ୟାମ୍ପସ୍ ବାହାରକୁ ଯାଇପାରିବେ ନାହିଁ । ସେହିପରି କେନ୍ଦ୍ରକୁ ମୋବାଇଲ୍ ନେବା ମଧ୍ୟ ବାରଣ ରହିଛି । ଏଥିରେ ଖିଲାପି କଲେ ସମ୍ପୃକ୍ତ ମୂଲ୍ୟାୟନକାରୀଙ୍କ ବିରୋଧରେ ବିଭାଗୀୟ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ଅନ୍ୟପକ୍ଷେ ମୂଲ୍ୟାୟନକାରୀ ପ୍ରତ୍ୟେକ ସବ୍ଜେକ୍ଟିିଭ୍ ପ୍ରଶ୍ନର ନିର୍ଦ୍ଧିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ । ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍ଲାଇନ୍ରେ ଅପ୍ଲେଡ କରାଯିବ । ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ବ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି । ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ଏଥିପ୍ରତି ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରାୟ ୧୨ରୁ ୧୫ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login