ଭୁବନେଶ୍ୱର : ୪ ଦିନ ପରେ ଗଡ଼ିଲା ବସ୍ । ଆଜିଠୁ ରାଜ୍ୟରେ ଗଡ଼ିଲା ଘରୋଇ ବସ୍ । ବସ ଚଲାଚଳ ନେଇ ଗତକାଲି ଘରୋଇ ବସ୍ ମାଲିକ ସଙ୍ଘ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଯାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଂଘ ନିଷ୍ପତ୍ତି ନେଇଛି । ତେବେ ବସ ଚଳାଚଳ ସମୟରେ ରାଜ୍ୟ ସରକାରଙ୍କୁ ସୁରକ୍ଷା ଦେବା ପାଇଁ ବସ୍ ମାଲିକ ସଂଘ ଦାବି କରିଛି । ଗତ ୮ ତାରିଖରୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଯୋଗୁ ରାଜ୍ୟବ୍ୟାପୀ ବସ୍ ଚଳାଚଳ ବନ୍ଦ ରହିଥିଲା । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ୪ ଦିନ ଧରି ଯାତ୍ରୀ ପରିବହନ ଠପ ହୋଇ ଯାଇଥିଲା । ଯାତ୍ରୀ ପରିବହନ କ୍ଷେତ୍ରରେ ସମସ୍ତ ବସ ମାଲିକ ଓ କର୍ମଚାରୀମାନଙ୍କୁ ସମସ୍ତ ରୁଟରେ ବସ ଚଳାଚଳ ଆରମ୍ଭ କରିବା ପାଇଁ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ନିବେଦନ କରାଯାଇଛି ।
Views: 14