ଭୁବନେଶ୍ୱର: ଆଜିଠୁ ହେବ ପ୍ରବଳ ଜାଡ ।ଶୀତରେ ଥରିବ ଓଡିଶା । ବର୍ଷାରେ ଲାଗିଲା ବ୍ରେକ । ଆସନ୍ତା ୨ ଦିନ ପର୍ୟ୍ୟନ୍ତ ଶୀତ ସହ ଘନ କୁହୁଡି କରିବ କଲବଲ । ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ପବନ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ଶୀତ ଲହରୀ ନେଇ ସତର୍କତା ଜାରି କରାଯାଇଛି।ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
Views: 94











