ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆଜିଠୁ ରାଜ୍ୟରେ ୫ ଦିନ ଯାଏଁ ବର୍ଷା ଜାରି ରହିବା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେଏହା ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ। ୩ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଗାମୀ ୨୪ ଘଣ୍ଟାରେ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କ ତଳିଆ ଅଞ୍ଚଳରେ ପାଣିଜମିବାର ଆଶଙ୍କା ରହିଛି।
Views: 83