ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଆଜି ଦିନଟି ଭଲରେ କଟିବ ।
ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ।
ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ମନଦେଇ କାର୍ୟ୍ୟ କଲେ ସଫଳତା ପାଇବେ
କର୍କଟ: କାର୍ଯ୍ୟ କ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରି ଆସୁଥିବା ଉଦ୍ୟମରେ ସଫଳ ହେବେ । ଦେହ ମନ ଭଲ ରହିବ ।
ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ।
କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ।
ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଆଜି ଭଲ ଦିନଟିଏ।
ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ।
ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି।
ମକର: ଆପଣଙ୍କ ବ୍ୟବହାର ଦ୍ୱାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ।
କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।
ଆଜି ଆପଣଙ୍କ ରାଶିରେ (ତା.୦୨-୦୩-୨୦୨୩ ରିଖ ରବିବାର)
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











