May 16, 2024 7:37 am

The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା-୦୫-୦୬-୨୦୨୩ ରିଖ ସୋମବାର)

Facebook
Twitter
LinkedIn

ମେଷ-ନବମ ଚନ୍ଦ୍ର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ । ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ ।

ବୃଷ-ଅଷ୍ଟମରେ ଚନ୍ଦ୍ର ପଡ଼ୋଶିନୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ । ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ । ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ ।

ମିଥୁନ-ଚତୁର୍ଥ କେନ୍ଦ୍ରାଧିପ ରବି ରାଶିରେ ଥିବାରୁ ଆଜିର ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ । ହାତକୁ ନେଇଥିବା ଦୀର୍ଘମିଆଦୀ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ ।

କର୍କଟ-ପ୍ରତ୍ୟେକ କ୍ଷେତ୍ରରେ ଆଡ୍‌ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ । ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ ।

ସି˚ହ-ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକିଥିବା କାମଟି ହଠାତ୍‌ ହୋଇଯିବ । ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ । ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ ।

କନ୍ୟା-କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ । ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ । ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ।

ତୁଳା-ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ସକାଳ ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ ।

ବିଛା-ଗତକାଲି ଅପେକ୍ଷା ଆଜି ସ୍ବାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି । କାମଟି ନ ହେବା କାରଣରୁ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।

ଧନୁ-ଆଜି ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ।

ମକର-ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ଧୈର୍ଯ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ ।

କୁମ୍ଭ-ସକାଳୁ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ ।

ମୀନ-ଆଜି ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତାଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଅମାଶୟ ଦେଖାଦେଇପାରେ । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login