ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ ।
ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଆଜି ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ ।
ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଦେହ ସହିତ ମନ ଭଲରହିବ ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ। ସରକାରୀ ସ୍ତରରେ ଲାଭବାନ ହେବେ ।
ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ। ଋଣ ପରିଶୋଧ କରିବେ ।
କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ। ରୁଚିକର ଖାଦ୍ୟ ଭୋଜନ କରିବେ ।
ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ବ୍ୟୟ ବୃଦ୍ଧି ହୋଇପାରେ ।
ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ। ସେବା ପୂଜାରେ ନିମଗ୍ନ ହୋଇ ପାରନ୍ତି ।
ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି। ଖଳ ପ୍ରକୃତିର ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
ମକର: ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି ।
କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ। ସୁ ସମାଚାର ଆପଣଙ୍କୁ ଖୁସି ଦେବ ।
ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ। ମାନସିକ ଶନ୍ତି ପାଇବେ।