ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ହୋଇପାରେ ।
ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ ।
ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆଜି ଦିନରେ ଦେହ ସହିତ ମନ ଭଲ ରହିବ ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ନିଜ ଜିଦ୍ରେ ଅଟଳ ରହି କାର୍ଯ୍ୟ କରି ପାରନ୍ତି ।
ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ସରକାରୀ ସ୍ତରରୁ ସଫଳତା ହାସଲ କରିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିପାରେ ।
କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ । ବିଭିନ୍ନ ସ୍ତରରୁ ଲାଭବାନ ହୋଇପାରନ୍ତି ।
ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟି ଭଲରହିବ ।
ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଅଚାନକ ଧନଲାଭର ଯୋଗ ରହିଛି ।
ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି ।
ମକର: ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।
ନିଷ୍ଠାପର ହେବେ।
କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ପରିଶ୍ରମ ଅତ୍ୟଧିକ ହୋଇପାରେ ମାତ୍ର ତାହାର ମୂଲ୍ୟ ପାଇବେ ।
ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଶାନ୍ତ ସ୍ୱଭାବର ହୋଇ କାର୍ଯ୍ୟ ଗୁଡିକୁ ସମ୍ପାଦନ କରିବେ ।











