The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୧୨-୦୫-୨୦୨୩ ରିଖ ଶୁକ୍ରବାର)

Facebook
Twitter
LinkedIn

ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ। ‌

ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ।‌

ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ

ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ।

କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ।

ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।

ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ।

ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି।

ମକର: ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ।

କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।

ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login