May 16, 2024 11:21 am

The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୨୦-୦୬-୨୦୨୩ ରିଖ ମଙ୍ଗଳବାର)

Facebook
Twitter
LinkedIn

ମେଷ-ଆଜି ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ବନ୍ଧୁଗହଣରେ ଫାଇଦା ହାସଲ ଲକ୍ଷ୍ୟରେ ମିତ୍ରମାନେ ପ୍ରଶଂସା ଗାଇବୁଲିବେ । ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି ।

ବୃଷ-ବିଭିନ୍ନ ପ୍ରକାର ସମସ୍ୟା ଜାଲରେ ଛନ୍ଦିହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଶତ୍ରୁତା ସୃଷ୍ଟି କରିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ । ପରିବହନରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି ।

ମିଥୁନ-ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବାରୁ ଖୁସି ରହିବେ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି । ସମର୍ଥକଙ୍କ ଶୁଭକାମନାରୁ ଖୁସି ରହିବେ । ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ ।

କର୍କଟ-ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିବା କାରଣରୁ ଟେନ୍‌ସନ କମିଯିବ । ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ଆଲୋଚନା ଅମୀମାଂସିତ ରହିବ । ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସି ହୋଇଯିବ ।

ସି˚ହ-ନିକଟସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସମସ୍ୟା ସମାଧାନ କରିବାରେ ସହାୟତା କରିବ । ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବ । ଆଜିର କଳା, ସାହିତ୍ୟ, ସାଂସ୍କୃତିକ ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।

କନ୍ୟା-ଆଜିର ଯାତ୍ରା, କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ତଥାପି ଭୁଲ୍‌ ବୁଝାମଣା ହେତୁ ଆମତ୍ୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରା ବଢ଼ାଇଦେଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଖର୍ଚ୍ଚ ପରିମାଣ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି ।

ତୁଳା-ଆଜି ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ ସଙ୍ଗୀଙ୍କ ପ୍ରେରଣା ମିଳିପାରେ । ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି ।

ବିଛା-ଆଜି ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି ।

ଧନୁ-ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ । ଗତକାଲିଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ । ଆଜି ବନ୍ଧୁଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ ।

ମକର-ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି । ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତାକରି ରକ୍ତଚାପ ବଢ଼ିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ ।

କୁମ୍ଭ-ଆଜି ବନ୍ଧୁମେଳରେ ନୂତନ ଜିନିଷ କ୍ରୟକରିବା ସକାଶେ ମନ ବଳାଇପାରନ୍ତି । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡ଼ିପାରେ । ସ୍ବାସ୍ଥ୍ୟ ସଚେତନତା ଅଭାବରୁ କ୍ରନିକ୍‌ ରୋଗପୀଡ଼ାରେ ବିଶେଷ କଷ୍ଟ ପାଇପାରନ୍ତି ।

ମୀନ-ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ । ଅର୍ଥ ଆଦାୟରେ ସକ୍ଷମ ହେବେ । ବାକ୍‌ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗ ନିରର୍ଥକ ମନେହେବ । ବ୍ୟବସାୟର ଲାଭ ଅନ୍ୟ ଏକ ଉଦ୍ଦେଶ୍ୟରେ ବିନିଯୋଗ କରିପାରନ୍ତି ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login