May 16, 2024 3:57 pm

The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୨୩.୦୬.୨୦୨୩.ରିଖ ଶୁକ୍ରବାର)

Facebook
Twitter
LinkedIn

ମେଷ-ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ । ଲ-ନାମାକ୍ଷର ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ । କାର୍ଯ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାମୁକ୍ତ ରହିବେ ।

ବୃଷ-ଆପଣଙ୍କ ସକାଶେ ଆଜି ଦିନଟି ଭଲ ରହିବ। ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ କରିବାକୁ ପଡ଼ିପାରେ । ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ବ-ନାମାକ୍ଷର ବ୍ୟକ୍ତିଙ୍କ ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।

ମିଥୁନ-ପରିସ୍ଥିତିବଶତଃ ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଘ-ନାମାକ୍ଷର ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍‌ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ ।

କର୍କଟ-ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ । ପୁଷ୍ୟା ନକ୍ଷତ୍ରର ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ । ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ ।

ସି˚ହ-କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ । ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଫନ୍ଦି ଫିକର କରିପାରନ୍ତି । ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ମଘା ନକ୍ଷତ୍ର ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ ।

କନ୍ୟା-ଉତ୍ତରାଫାଲଗୁନୀ ନକ୍ଷତ୍ର ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ । ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ । ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ ।

ତୁଳା-ବିଶାଖା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦୋଦୁଲ୍ୟମାନ ଅବସ୍ଥାରେ ରହିବାକୁ ବାଧ୍ୟ ହେବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ମୂଲ୍ୟବାନ ଜିନିଷ ଖରିଦ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି ।

ବିଛା-ପରିବାରରେ ଭୁଲ୍‌ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ । ଅନୁରାଧା ନକ୍ଷତ୍ର ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ । କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି ।

ଧନୁ-କୌଣସି ଅସୁବିଧା ନ ଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଚିନ୍ତାକରି ବିବ୍ରତ ରହିବେ । ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଉତ୍ତରାଷାଢା ନକ୍ଷତ୍ର ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ । ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ ।

ମକର-ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ । ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି ।

କୁମ୍ଭ-ପୂର୍ବଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ।

ମୀନ-ଉତ୍ତରଭାଦ୍ରବ ନକ୍ଷତ୍ର ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ । ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି । ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login