ମୁମ୍ବାଇ: ଆଜି ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା । ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା । ପ୍ରଥମେ ବ୍ୟାଟିଂ କରିବ ଭାରତ । ମୁ୍ମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଆରମ୍ଭ ହୋଇଛି ମ୍ୟାଚ । ପ୍ରଥମେ ବ୍ୟାଟିଂ କରି ବଡ଼ ସ୍କୋର କରିବାକୁ ଭାରତ ପ୍ରସ୍ତୁତ ଅଛି ।
ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ଫର୍ମରେ ରହିଛନ୍ତି । ଆଜିର ମ୍ୟାଚ ଜିତି ଅପରାଜେୟ ଧାରା ଜାରି ରଖିବାକୁ ଲକ୍ଷ୍ୟ ରଖିଛି ରୋହିତ ବିଗ୍ରେଡ । ଆଜିର ମ୍ୟାଚ ଜିତି ସେମିଫାଇନାଲ ଟିକେଟକୁ ପକ୍କା କରିବାକୁ ଭାରତ ରଣନୀତି ପ୍ରସ୍ତୁତ କରିଛି । ଦିନିକିଆ ବିଶ୍ବକପ ଇତିହାସରେ ଉଭୟ ଦେଶ ୯ ଥର ମୁହାଁମୁହିଁ ହୋଇଛନ୍ତି । ଉଭୟ ଦଳ ୪ଟି ଲେଖାଏ ମ୍ୟାଚ ଜିତିଥିବାବେଳେ ଗୋଟିଏର ଫଳାଫଳ ବାହାରିପାରିନଥିଲା ।
Views: 94