ଭୁବନେଶ୍ୱର : ଆଜି ଏପ୍ରିଲ ୧ ତାରିଖ , ଉତ୍କଳ ଦିବସ । ପ୍ରତିଟି ଓଡିଆଙ୍କ ଦିବସ । ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ପରଠୁ ଆମେ ପ୍ରତି ବର୍ଷ ଏପ୍ରିଲ ୧ ତାରିଖରେ ପାଳନ କରି ଆସୁଛୁ ଉକôଳ ଦିବସ । ଓଡ଼ିଆ ଜାତିର ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସାରା ରାଜ୍ୟ । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ।ଆଜି ଓଡିଶାର ପ୍ରତିଟି ଜନସାଧାରଣ ଗର୍ବରେ କହୁଛନ୍ତି ଆମେ ଓଡିଆ । ଓଡିଆ ଜାତିକୁ ନେଇ ଏବେ ଗର୍ବ କରିବାର ସମୟ । ଯେଉଁ ମହାପୁରୁଷ ମାନଙ୍କ ଅବଦାନ ପାଇଁ ଆଜି ଆମ ଛାତି ଗର୍ବରେ ଫୁଲି ଉଠୁଛି ସେହି ମହାନ ଜନନାୟକଙ୍କୁ ମନେ ପକାଇବାର ଦିନ ।

ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ୟ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ୟ୍ୟାଳୟକୁ ମଧ୍ୟ ସଜା ଯାଇଛି ।
ଅନ୍ୟପଟେ ଉକôଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ଓଡିଶାବାସୀଙ୍କ ଉଜ୍ୱଳ ଭବିଷ୍ୟତର କାମନା କଲେ ରାଷ୍ଟ୍ରପତି ।
ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦିକ ଅଭିନନ୍ଦନ ଜଣାଉଛି।ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ।
— President of India (@rashtrapatibhvn) April 1, 2023
ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।
ଓଡିଆରେ ଟ୍ୱିଟ କରି ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମାଦି । ଦେଶର ପ୍ରଗତିରେ ଓଡିଶାର ଅବଦାନକୁ ଜାଣିବାର ଦିନ । ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ ।
ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
— Narendra Modi (@narendramodi) April 1, 2023
ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ଓଡିଶାକୁ ସମୃଦ୍ଧ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଲେ ।
ପବିତ୍ର #ଓଡ଼ିଶାଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଛା ଜଣାଇଛନ୍ତି।
— Governor Odisha (@GovernorOdisha) April 1, 2023
ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି। pic.twitter.com/N9gNEbGdGK