ଭୁବନେଶ୍ୱର: ରାଜ୍ୟରେ ନିର୍ବାଚନ ବାକି ରହିଛି ଆଉ ଦୁଇଟି ପର୍ୟ୍ୟାୟ । ତୃତୀୟ ପର୍ୟ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର ।
ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଜେପି ପ୍ରାର୍ଥୀ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ । କେନ୍ଦ୍ରାପଡାର ୭ ବିଧାନସଭା ପ୍ରାର୍ଥୀ ସମାବେଶରେ ଯୋଗଦେବେ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ୟ୍ୟକ୍ରମ ରହିଛି । ଆସାମ ମୁକ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।
ଆଜି ଓଡିଶା ଆସୁଛନ୍ତି ଯୋଗି, ନଡ୍ଡା ଓ ହିମନ୍ତ ବିଶ୍ୱଶର୍ମା, ଉତ୍ସାହିତ ବିଜେପି କର୍ମୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











