The Ultimate Managed Hosting Platform
ADVERTISEMENT

ଆଜି ଦକ୍ଷିଣ ମୋଡ ନେଉଛି ତିନି ରଥ

Facebook
Twitter
LinkedIn

ପୁରୀ : ଆଜି ତିନି ରଥ ଦକ୍ଷିଣ ମୋଡ଼ କରାଯାଉଛି । ରଥତ୍ରୟ ଗୁଣ୍ଡିଚା ଘର ସିଂହଦ୍ୱାର ସମ୍ମୁଖରୁ ଟଣା ହୋଇ ଶରଧାବାଲିରେ ପହଞ୍ଚିବେ । ସେଥିପାଇଁ ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ପ୍ରସ୍ତୁତି । ବଡ଼ଶଙ୍ଖ ନିକଟରୁ ମୁକ୍ତାକାଶ ରଙ୍ଗମଞ୍ଚ ପର୍ୟ୍ୟନ୍ତ ବାଲି ପଡିଛି । ରଥ ଚାଳନାରେ ଏହା ସହଯୋଗ ହେବ । ଆଜି ସକାଳଧୂପ ପରେ ଠାକୁରଙ୍କ ନିକଟରୁ ଆଜ୍ଞାମାଳ ରଥକୁ ବିଜେ ହେବା ପରେ ରଥଟଣା ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ, ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଆସି ନାକଚଣା ଦ୍ୱାର ସମ୍ମୁଖରେ ପହଞ୍ଚିବ । ଆସନ୍ତା ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଦକ୍ଷିଣମୋଡ଼ରେ ରଥ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିବାକୁ ପ୍ରସ୍ତୁତ ରହିବ। ସେପଟେ ଗତକାଲି ରାତିରେ ପବିତ୍ର ହେରାପଞ୍ଚମୀ ତିଥିରେ ମା ମହାଲଷ୍ମୀ ଅଭିମାନରେ ଫେରିଥିବାରୁ ପ୍ରଭୁଙ୍କ ନିର୍ଦ୍ଦେଶରେ ବାହୁଡା ଯାତ୍ରାପାଇଁ ତିନି ରଥର ଦକ୍ଷିଣମୋଡ କରାଯାଇଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login