ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଂଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବ । ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନ ସାରା ଲାଗି ରହିବ ବର୍ଷା । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ୨୫ ତାରିଖ ଆଡ଼କୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ୨୫ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Views: 80