The Ultimate Managed Hosting Platform
ADVERTISEMENT

ଆଜି ନୀଳାଦ୍ରିବିଜେ , ନୀଳକନ୍ଦରକୁ ଫେରିବେ ମହାବାହୁ

Facebook
Twitter
LinkedIn

ପୁରୀ : ରତ୍ନବେଦୀରୁ ବାହୁଡି ଜନ୍ମବେଦୀରେ ଲୀଳାଖେଳା ସରିବା ପରେ ଆଜି ପୁର୍ନବାର ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ । ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତେ । ଆଜି ହେଉଛି ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଶେଷ ଦିନ ଯାହାକୁ ନୀଳାଦ୍ରି ବିଜେ କୁହଯାଏ । ନୀଳାଦ୍ରି ବିଜେ ପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଉ କିଛି ସମୟର ଅପେକ୍ଷା । ଗୋଟି ପହଣ୍ଡିରେ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ସେଥିପାଇଁ ସେବାୟତ ମାନଙ୍କ ସହ ସମନ୍ୱୟ ରକ୍ଷାକରି ନୀତିକାନ୍ତି ମଧ୍ୟ ଚୂଡାନ୍ତ ହୋଇଛି ।ସେପଟେ ଆଜି ଶ୍ରୀମନ୍ଦିରରେ ପ୍ରବେଶ ପୂର୍ବରୁ କାଳିଆ ସାଆନ୍ତ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିବେ । ତାଙ୍କୁ ନନେଇ ଭାଇଭଉଣୀଙ୍କୁ ସାଥୀରେ ଧରି କାଳିଆ ଠାକୁର ମାଉସୀ ଘରକୁ ଯାଇଥିଲେ । ଏଥିପାଇଁ ଲକ୍ଷ୍ମୀ ଠାକୁଠାଣୀ ଅଭିମାନ କରିଥିବା ବେଳେ ତାଙ୍କ ମାନଭଞ୍ଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ କାଳିଆ ଠାକୁର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login