The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ଅକ୍ଷୟ ତୃତୀୟାରେ ରଥଯାତ୍ରା ପାଇଁ ଅନୁକୁଳ ହେବ ରଥକାଠ

Facebook
Twitter
LinkedIn

ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ଆରମ୍ଭ ହେବ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଛି । ଦ୍ୱାଦଶଯାତ୍ର ବନ୍ଦାପନା ପରେ ଚନ୍ଦନ ଠାକୁରମାନେ ସାଢ଼େ ୩ଟା ମଧ୍ୟରେ ବିମାନକୁ ବିଜେ କରିବେ । ଏହା ସହିତ ଜଗନ୍ନାଥଙ୍କର ଚଳନ୍ତି ପ୍ରତିମା ମଦନମୋହନଙ୍କର ବନ୍ଦାପନା ନୀତି କରାଯିବ । ଏହାପରେ ମହାପ୍ରଭୁଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାଳ ବିଜେ କରିବେ । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ । ସେପଟେ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ହେବ । ଏଥି ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login