ଭୁବନେଶ୍ୱର : ଆଜି ପବିତ୍ର ଇଦ୍ । ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦ୍ ର ଶୁଭେଚ୍ଛା ଜଣାଇଛନ୍ତି ।
Views: 73