ପୁରୀ : ଆଜି ପବିତ୍ର ପଙ୍କଉଦ୍ଧାର ଏକାଦଶୀ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀ ଲୋକନାଥ ମହାପ୍ରଭୁ । ଶ୍ରୀଲୋକନାଥ ଦେବଙ୍କ ପୀଠର ବିଶେଷ ମହତ୍ତ୍ବ ରହିଛି । ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ବିତ ରାତି ୧ଟା୧୫ ଟାରେ ଦ୍ୱାରଫିଟା ହେବାପରେ ସକାଳ ଧୂପ ଓ ଦ୍ବିପ୍ରହର ଧୂପ ପରେ ମନ୍ଦିର ଗମ୍ଭିରାରେ ବର୍ଷ ତମାମ ଭକ୍ତ ମାନଙ୍କ ଦ୍ୱାରା ଅର୍ପଣ କରାଯାଇଥିବା ବେଲପତ୍ର,ପୁଷ୍ପ ,ଫଳ, ସୁନା,ରୂପା ଓ ନୈବେଦ୍ୟକୁ କଢ଼ାଯିବ । ପରେ ମହାସ୍ନାନ କରାଯିବା ପରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ ।ଭକ୍ତମାନେ ବ୍ୟାରିକେଡ଼ରେ ଧାଡିରେ ଯାଇ ଠାକୁରଙ୍କ ପ୍ରତ୍ୟେକ୍ଷ ଦର୍ଶନ କରି ଆଶିଷ ଲାଭ କରିବେ । ଏହି ଦର୍ଶନ ମଧ୍ୟାହ୍ନ ୧୨ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଚାଲୁ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
Views: 24