The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ପର୍ବ ଇଦ୍ ଉଲ୍ ଜୁହା

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ଇଦ୍ ଉଲ୍ ଜୁହା । ବଳିଦାନ ଓ ସ୍ୱାର୍ଥତ୍ୟାଗର ଅନନ୍ୟ ପର୍ବ ହେଉଛି ‘ଇଦ୍-ଉଲ୍-ଜୁହା’। ଅନ୍ତରର ସମସ୍ତ ଲୋଭ ଓ ସ୍ୱାର୍ଥକୁ ବଳି ଦେଇ ଈଶ୍ୱର ଭକ୍ତିରେ ଲୀନ ହୋଇଯିବାର ପର୍ବ ହେଉଛି ‘ଇଦ୍-ଉଲ୍-ଜୁହା’। ରମଜାନ ମାସ ଶେଷ ହେବାର ୭୦ ଦିନ ପରେ ଏହି ବକ୍ରୀଇଦ୍ ପାଳନ କରାଯାଏ। ଏହି ଦିନ ମୁସଲମାନ ଭାଇ ମାନେ ପରସ୍ପରକୁ ଆଲିଙ୍ଗନ କରି ଶୁଭେଚ୍ଛା ଜଣାଇଥାନ୍ତି। ଆଲ୍ଲାଙ୍କର ପୈଗମ୍ବର ଇବ୍ରାହିମଙ୍କ ସମର୍ପଣ ଭାବକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ମୁସଲମାନମାନେ ଏହି ପର୍ବ ପାଳନ କରିଥାଆନ୍ତି। ଦେଶ ସାରା ମସଜିଦରେ ଚାଲିଛି ନମାଜ ପାଠ। ସକାଳୁ ସକାଳୁ ମୁସଲମାନ ଭାଇମାନେ ନୂଆ ଲୁଗା ପିନ୍ଧି ମସ୍ଜିଦ୍ରେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଇଦ୍ର ଶୁଭେଚ୍ଛା ଜଣାଇଥାନ୍ତି। ଦିଲ୍ଲୀ ଜାମା ମସିଜିଦ୍ ମୁସଲିମ ଭାଇମାନେ ନମାଜ ପାଠ କରିବା ସହ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login