ଭୁବନେଶ୍ୱର : ଆଜି ପବିତ୍ର ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ । ଓଡ଼ିଆ ପରମ୍ପରା ଅନୁସାରେ ପଣା ସଂକ୍ରାନ୍ତିଠାରୁ ଆରମ୍ଭ ହୋଇଛି ନୂଆବର୍ଷ । ଏହି ଦିନକୁ ସମସ୍ତେ ପାଳନ କରିବାକୁ ବେଶ୍ ଉତ୍ସାହିତ ଅଛନ୍ତି । କାରଣ ଏହି ଦିନରେ ପବନପୁର୍ତ ହନୁମାନଙ୍କ ଜୟନ୍ତୀ । ଏଥିପାଇଁ ରାଜଧାନୀର ବିଭିନ୍ନ ହନୁମାନ ମନ୍ଦିରକୁ ଆକର୍ଷଣୀୟ ଭାବେ ସଜାଯାଇଛି । ଜୟ ହନୁମାନ ଜ୍ଞାନ ଗୁନ ସାଗର ଶ୍କୋକରେ ଗୁଞ୍ଜରିତ ହେଉଛି ମନ୍ଦିର । ହନୁମାନ ଜୟନ୍ତୀ ପାଇଁ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେତେକ ସ୍ଥାନରେ ଭକ୍ତଙ୍କୁ ପଣା ଓ ଭୋଗ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି । ସେହିପରି ଘରେ ଘରେ ମଧ୍ୟ ପଣା ସଂକ୍ରାନ୍ତି ପାଳନ କରାଯାଉଛି । ବୃନ୍ଦାବତୀଙ୍କ ଉପରେ କଳସ ବସାଇ ସେଥିରେ ପଣା ଭୋଗ ଲଗାଯାଏ ।ଓଡିଆ ପରମ୍ପରା ଅନୁସାରେ ଏହି ଦିନର ଏକ ବିଶେଷତ୍ୱ ରହିଛି । ଭଗବାନ୍ ରାମଚନ୍ଦ୍ରଙ୍କ ପରମ ଭକ୍ତ ଭଗବାନ୍ ହନୁମାନଙ୍କ ଜନ୍ମଦିନ ବୋଲି ଓଡିଶାବାସୀ ବିଶ୍ୱାସ କରନ୍ତି । ତେଣୁ ହନୁମାନ ମନ୍ଦିରରେ ମହାସମାବେଶର ଆୟୋଜନ ହୁଏ ।
Views: 65