ଭୁବନେଶ୍ୱର : ଆଜି ପହିଲି ରଜ । ମାଟି ଓ ଆକାଶର ମିଳନର ପର୍ବ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।
ଆଜି ପହିଲି ରଜ ….
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











