The Ultimate Managed Hosting Platform
ADVERTISEMENT

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମାର୍ଚ୍ଚ ୫ ତାରିଖ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ । ଓଡିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ସେ ଥିଲେ ଓଡିଆଙ୍କ ଗର୍ବ ଏବଂ ଗୌରବ । ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି । ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଆଜି ସେହି ମହାନାୟକଙ୍କ ଜୟନ୍ତୀ ଅବସରରେ ରାଜ୍ୟସ୍ତରରୁ ଆରମ୍ଭ କରି, ନିର୍ବାଚନମଣ୍ଡଳୀ, ପୌରାଞ୍ଚଳ ଏବଂ ପଞ୍ଚାୟତ ସ୍ତରରେ ବିଜୁ ଜୟନ୍ତୀ ପାଳନ ଲାଗି ବିଜେଡି ପକ୍ଷରୁ ପ୍ରସ୍ତୁତି କରାଯାଇଛି । ବିଜୁ ବାବୁ ଥିଲେ କଳିଙ୍ଗ ମାଟିର ଦ ଟଲ୍ ମ୍ୟାନ। ନବ ଉତ୍କଳର ଅନ୍ୟତମ ପୁରୋଧା । କିଏ କହେ ’ମାଟିର ବରପୁତ୍ର’ କିଏ କହେ ’ଝଡ଼ର ଇଗଲ’ । ରୋକଠୋକ୍ କଥା । ସ୍ପଷ୍ଟ, ଶାଣିତ ଓ ସାହସିକ ସ୍ବର । ତାଙ୍କର ଅଭିନବ ଉଦ୍ୟମ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ଯୋଗୁଁ ସେ ସମସ୍ତଙ୍କ ମନର ମହାନାୟକ। ତାଙ୍କ ବ୍ୟକ୍ତିତ୍ୱ ଓଡିଶାବାସୀଙ୍କୁ ସବୁବେଳେ ଉଦବୁଦ୍ଧ କରିଆସିଛି, ପ୍ରେରଣା ଯୋଗାଇ ଆସିଛି। ବିଜୟାନନ୍ଦ ପଟ୍ଟନାୟକ, ସମସ୍ତଙ୍କ ପ୍ରିୟ ବିଜୁ ବାବୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login