ଚେନ୍ନାଇ : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଜି ନେବ ବାତ୍ୟା ରୂପ। ବାତ୍ୟା ‘ଫେଙ୍ଗାଲ’ର ପ୍ରଭାବ ପଡିବା ଆରମ୍ଭ ହେଲାଣି। ଗଭୀର ଅବପାତ ପ୍ରଭାବରେ ଚେନ୍ନାଇ ଚେଙ୍ଗଲପେଟ, ତିରୁବଲ୍ଲୁର,କୁଡ୍ଡାଲୋର, ନାଗାପଟିନମରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ପାଇଁ ତାମିଲନାଡୁର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ଚେନ୍ନାଇ ସମେତ ଅନେକ ଜିଲ୍ଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରାଯାଇଛି । ଗତକାଲି ବର୍ଷା ଯୋଗୁଁ ଚେନ୍ନାଇରୁ ୭ଟି ବିମାନ ବିଳମ୍ବରେ ଉଡାଣ ଭରିଥିଲା । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଶ୍ରୀଲଙ୍କା, ତାମିଲନାଡୁ ଉପକୂଳରେ ଘଣ୍ଟାପ୍ରତି ୬୫ କିମି ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ହୋଇଉଠିଛି ।
୨୯ ତାରିଖ ପର୍ୟ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ମଧ୍ୟ ବାତ୍ୟାରେ ପ୍ରଭାବିତ ହୋଇପାରେ। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶ୍ରୟ ସ୍ଥଳ ଏବଂ ଡାକ୍ତର ଟିମ୍ ପ୍ରସ୍ତୁତ ରହିଛନ୍ତି।
ଆଜି ବାତ୍ୟାର ରୂପ ନେବ ଅବପାତ, ତାମିଲନାଡୁର ୩ ଜିଲ୍ଲାକୁ ରେଡ ଆଲର୍ଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...