ଭୁବନେଶ୍ୱର : ମିଠା କଥା କହିଲେ ଓଡିଆଙ୍କ ପାଟିରେ ଆସେ ଛେନା ପୋଡ କଥା । ଯାହା ପ୍ରତ୍ୟେକଟି ଓଡ଼ିଆଙ୍କ ପ୍ରିୟ ମିଠା ଛେନାପୋଡ଼ । କେବଳ ଓଡ଼ିଶାରେ ନୁହେଁ ଦେଶବିଦେଶରେ ମଧ୍ୟ ରହିଛି ଛେନାପୋଡ଼ର ଚାହିଦା । ଛେନାପୋଡ଼କୁ ଲୋକାଭିମୁଖୀ କରିବାକୁ ଆଜି ପାଳନ ହେଉଛି ବିଶ୍ୱ ଛେନାପୋଡ଼ ଦିବସ । ନୟାଗଡ଼ର ଛେନାପୋଡ଼ ଶ୍ରଷ୍ଟା ସ୍ୱର୍ଗତ ସୁଦର୍ଶନ ସାହୁଙ୍କ ଜନ୍ମ ଦିବସ ଏପ୍ରିଲ ୧୧କୁ ପାଳନ ଅବସରରେ ଛେନାପୋଡ଼ ଦିବସ ପାଳନ ହେଉଛି । ନୟାଗଡ଼ ଜିଲ୍ଲାପାଳଙ୍କ ଅଫିସ୍ ପକ୍ଷରୁ ଏସପି, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ଲାଇନ୍ ବିଭାଗର ଅଧିକାରୀ, ତହସିଲଦାର ଏବଂ ବିଡିଓ ଏନଏସି ଏବଂ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ, ଜିଲ୍ଲା ଶିକ୍ଷା ବିଭାଗ ପରି କାର୍ୟ୍ୟାଳୟରେ ଛେନା ପୋଡ କାଟି ଏହି ଉତ୍ସବକୁ ପାଳନ କରାଯିବା ନେଇ ସୂଚନା ରହିଛି ।
ତେବେ ଛେନାପୋଡ଼କୁ ଜିଆଇ ଟ୍ୟାଗର ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି । ଏଥିପାଇଁ ଦିନ ୧୧ ଟାରେ ଜିଲ୍ଲାର ସମସ୍ତ ସରକାରୀ କାର୍ୟ୍ୟାଳୟରେ ଛେନାପୋଡ଼ କଟାଯିବ । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ।
ଆଜି ବିଶ୍ୱ ଛେନାପୋଡ ଦିବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











