The Ultimate Managed Hosting Platform
ADVERTISEMENT

ଆଜି ବିଶ୍ୱ ଦହିବରା ଦିବସ

Facebook
Twitter
LinkedIn

ଭୁବନେଶ୍ୱର : ଦହିବରା ନାଁ ଶୁଣିଲେ ପ୍ରତ୍ୟେକଟି ଓଡିଆ ମୁହଁରେ ପାଣି ଆସିଯାଏ । ସକାଳ ହେଉ କି ସନ୍ଧ୍ୟା ସବୁ ସମୟରେ ଲୋକେ ଦହିବରା ଖାଇବା ପାଇଁ ପସନ୍ଦ କରିଥାନ୍ତି । ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ହେଲେ କଟକରେ ମିଳୁଥିବା ଦହିବରା ଆଳୁଦମ୍ର ସୁଆଦ ଟିକେ ନିଆରା । ଏଠାକାର ଲୋକ ଦହିବରା ଆଳୁଦମ୍ ଖାଇବାକୁ ଖୁବ ଭଲ ପାଆନ୍ତି। ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ଦହିବରା ଖାଇବା ପରେ ରାଗ ଖଟା ଦହିପାଣି ପିଇ ମଜା ନେଇଥାନ୍ତି ଦହିବରା ପ୍ରେମୀ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ କହିପାରିବ ଦହିବରାର ସ୍ୱାଦ କେତେ ଭଲ ।


ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି । ଦହିବରା ଆଳୁଦମ୍ ସାଧାରଣତଃ ଓଡିଶାର ପ୍ରତ୍ୟେକ ସ୍ଥାନରେ ମିଳିଥାଏ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ ଲୋକେ ମଧ୍ୟ ଏହାର ମଜା ଉଠାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login