The Ultimate Managed Hosting Platform
ADVERTISEMENT

ଆଜି ବିଶ୍ୱ ପାଳିବ ‘ଆର୍ଥ ଆୱାର୍’, ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ପୃଥିବୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ବିଶ୍ୱ ପାଳିବ ‘ଆର୍ଥ ଆୱାର୍’ । ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ବିଶ୍ୱ । ବିଜୁଳି ସଂରକ୍ଷଣ ପାଇଁ ସଂଧ୍ୟା ସାଢେ ୮ଟାରୁ ସାଢେ ୯ଟା ଯାଏ ଲାଇଟ୍ସ ଅଫ୍ ରହିବ । ୱାର୍ଲଡ୍ ୱାଇଡ୍ ଫଣ୍ଡ ଫର୍ ନେଚର ପକ୍ଷରୁ ବିଶ୍ୱବ୍ୟାପୀ ଏହାକୁ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି ‘Invest on Our planet’ । ଆଜିର ଦିନରେ ଅର୍ଥାତ୍ ୨୫ – ୦୩ -୨୩ ତାରିଖ ରାତି ” ୮.୩୦ ଘଣ୍ଟା ରୁ ୯.୩୦ ପର୍ୟ୍ୟନ୍ତ ୧ ଘଣ୍ଟା ଆମେ ନିଜ ନିଜ ଘରେ ବ୍ୟବହାର କରୁଥିବା ମଟର, ଫେନ, ଲାଇଟ ଭଳି ସମସ୍ତ ବୈଦୁତିକ ଉପକରଣ ସ୍ଵତଃପ୍ରବୃତ ଭାବରେ “ସୁଇଚ ଅଫ୍ ” ରଖିବା। ଏଥିପାଇଁ କାହାକୁ ବାଧ୍ୟ ବାଧକତା ନାହିଁ। ଏହି ଆର୍ଥ ଆୱାର ପାଳନ କରିବା ପାଇଁ ବିଦ୍ୟୁତ ବ୍ୟବହାରକାରୀଙ୍କ ମାନବିକତା ଉପରେ ନିର୍ଭର କରିଥାଏ। କାରଣ, “ମୁଁ ବଞ୍ଚିଲେ ପୃଥିବୀ ନୁହେଁ, ପୃଥିବୀ ବଞ୍ଚିଲେ ମୁଁ ବଞ୍ଚିବି ” – ଏହାର ଭାବନା ରଖି ଏହାକୁ ପାଳନ କରାଯିବାର ଗୁରୁତ୍ବ ବହନ କରେ। ବିଦ୍ୟୁତ ଉତ୍ପାଦନ ପାଇଁ କୋଇଲା ଦହନ ହୋଇ ଯେଉଁ ପ୍ରଚୁର ପରିମାଣରେ କଳାଧୁଆଁ ବା ଅଙ୍ଗାରକାମ୍ଳ ନିର୍ଗତ ହୋଇ ବାୟୁ ମଣ୍ଡଳରେ ମିଶେ। କୁପ୍ରଭାବ ସ୍ୱରୂପ ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତ, ବିଜୁଳି ଘଡ଼ଘଡ଼ି, ଓଜନ ସ୍ତରରେ ହ୍ରାସ ବନ୍ୟାବାତ୍ୟା ମରୁଡ଼ି ଭଳି ପ୍ରାକୃତିକ ଦୁର୍ବିପାକ ଦୃଶ୍ୟମାନ ହେଉଛି। ପରିବେଶ ନିଜର ସନ୍ତୁଳନ ରକ୍ଷା କରି ପାରୁ ନାହିଁ। ‘ଆର୍ଥ ଆୱାର୍’ ପାଳନର ମୂଳ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ବିଜୁଳି ସଂଚୟ ସହ ପ୍ରକୃତିର ସୁରକ୍ଷା ପାଇଁ ଜଳବାୟୁ ପରିବର୍ତ୍ତନ ଏବଂ ବିକାଶ ଉପରେ ଧ୍ୟାନ କେନ୍ଦ୍ରିତ କରିବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login