ପୁରୀ : ଆଉ ଗୋଟିଏ ଦିନ ପରେ ନବଦିନାତ୍ମକ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ ମହାପ୍ରଭୁ । ଆଜି ସକାଳୁ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ୟାନ୍ୟ ନୀତି ଚାଲୁରହିଛି । ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଛି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ୟ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି। ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ। ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି। ପରମ୍ପରା ଅନୁଯାୟୀ ସନ୍ଧ୍ୟାରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବା ଦେବୀ ବିରାଜମାନ କରିଥାନ୍ତି ।
Views: 12