The Ultimate Managed Hosting Platform
ADVERTISEMENT

ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି

Facebook
Twitter
LinkedIn

ପୁରୀ : ଆଜି ମହାପ୍ରଭୁଙ୍କ ରାମଆଭିଷେକ ନୀତି । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login