The Ultimate Managed Hosting Platform
ADVERTISEMENT

ଆଜି ମହାମାୟାଙ୍କ ମହାନବମୀ ପୂଜା

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମହାମାୟାଙ୍କ ମହାନବମୀ ପୂଜା । ମହାମାୟାଙ୍କ ମହାପୂଜାରେ କମ୍ପୁଛି ଗଗନପବନ । ଆଜି ମଣ୍ଡପରେ ମହାନବମୀ ପୂଜା ହେଉଛି । ଶକ୍ତି ପୀଠରେ ବିଶ୍ରାମ । ମାଆଙ୍କ ଆବାହନରେ କମ୍ପୁଛି ପୂଜା ମଣ୍ଡପ । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ । ଶ୍ରଦ୍ଧାଳୁଙ୍କ ଗହଳି ଚହଳି ଲାଗି ରହିଛି । ରାତିରୁ ପାରମ୍ପରିକ ନୀତିରେ ମାଆଙ୍କ ପୂଜା ଚାଲିଛି । କେଉଁଠି ମାଆଙ୍କ ମୃଣ୍ମୟ ମୂର୍ତ୍ତି ତ ଆଉ କେଉଁଠି ଆକର୍ଷଣର କେନ୍ଦ୍ର ପାଲଟିଛି ଆକର୍ଷଣୀୟ ତୋରଣ । କଟକ ସହରରେ ସୁନା ଚାନ୍ଦିରେ ଝଟକୁଛନ୍ତି ମା’ ଦଶଭୂଜା । ଶକ୍ତିମୟୀଙ୍କ ଆରାଧନାରେ ପରିବେଶ ଉଛୁଳି ପଡୁଛି । ଆସନ୍ତାକାଲି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । ବିଜୟା ଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ଦୁର୍ଗତିନାଶିନୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

କୋଲକତା : ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ମେଡିକାଲ କଲେଜ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଅବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଡିନର...

ADVERTISEMENT

Login