The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ମହାଶିବରାତ୍ରି, ରାଜ୍ୟର ବିଭିନ୍ନ ଶୈବପୀଠ ଚଳଚଞ୍ଚଳ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ପବିତ୍ର ମହା ଶିବରାତ୍ରି । ଚଳଚଞ୍ଚଳ ହୋଇଛି ରାଜ୍ୟର ବିଭିନ୍ନ ଶୈବପୀଠ । ଶ୍ରଦ୍ଧାଳୁ ମାନେ ବଡିଭୋରରୁ ବିଭିନ୍ନ ଶୈବପୀଠକୁ ଯାଇ ମହାଦେବଙ୍କୁ ଦର୍ଶନ କରୁଛନ୍ତି ।

ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ରଙ୍ଗ ବେରଙ୍ଗ ଆଲୋକରେ ସୁସଜ୍ଜିତ ହୋଇଛି ଭୋର ୩ ଟା୩୦ ରେ ଅବକାଶ ନୀତି ଅନୁଷ୍ଠିତ ହୋଇଛି । ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମଧ୍ୟ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ତେବେ ଭୋର ୫ଟାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିଛି । ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟା ପରେ ମହାଦୀପ ଉଠିବ ବୋଲି ସମୟ ଧାର୍ଯ୍ୟ ହୋଇଛି ।

ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ୱର ର ପଞ୍ଚଲିଙ୍ଗେଶ୍ୱର, ଜଳେଶ୍ୱରର ଚନ୍ଦନେଶ୍ୱର, ଭୋଗରାଇର ଭୁଷଣ୍ଡେଶ୍ୱର ,ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ୱର ଭଳି ଶୈବ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି । ଲୋକନାଥଙ୍କ ପୀଠରେ ରାତି ୨ ଟାରୁ ୩ ଟା ମଧ୍ୟରେ ହରିହର ଭେଟ ପରେ ମହାଦୀପ ଉଠିବାର କାର୍ଯ୍ୟକ୍ରମ ରହିଛି । ଶୃଙ୍ଖଳିତ ଦର୍ଶନ ପାଇଁ ସୁରକ୍ଷା ବ୍ୟବସ୍ଥାରେ ବ୍ୟାରିକେଡ୍, ସ୍ୱତନ୍ତ୍ର ପୋଲିସ କଣ୍ଟ୍ରୋଲ ରୁମର ବ୍ୟବସ୍ଥା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login