The Ultimate Managed Hosting Platform
ADVERTISEMENT

ଆଜି ମହାଶିବରାତ୍ରୀ ; ସଜେଇ ହୋଇଛି ଶୈବପୀଠ , ଉପବାସ ରହି ଜାଗର ଜାଳିବେ ଶ୍ରଦ୍ଧାଳୁ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ହେଉଛି ମହାଶିବରାତ୍ରୀ । ଚଳଚଂଚଳ ସମସ୍ତ ଶୈବପୀଠ । ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର।ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। ଭୋରରୁ ଆରମ୍ଭ ହୋଇଛି ଲିଙ୍ଗରାଜଙ୍କ ନୀତିକାନ୍ତି। ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି। ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ସ୍ଵତନ୍ତ୍ର ବ୍ୟବସ୍ଥା ହୋଇଛି । ଉପବାସ ରହି ଜାଗର ଜାଳିବେ ଶୈବଭକ୍ତ ।ବାବା ଲିଙ୍ଗରାଜଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରିକରିଛି । ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି । ମନ୍ଦିର ଚାରିପଟେ ଲିଚୁ ମାଳ ପକାଯାଇ ସୌନ୍ଦର୍ୟ୍ୟକରଣ କରାଯାଇଛି । ଖାଲି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ନୁହେଁ ବରଂ ସିଂହଦ୍ଵାର, ଭୋଗ ମଣ୍ଡପ, ଜଗମୋହନ, ଚାହାଣି ମଣ୍ଡପ, ଉତ୍ତର ଦ୍ବାର, ଦକ୍ଷିଣ ଦ୍ବାର, ମନ୍ଦିର ପଚେରି, କେଦାରଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ମନ୍ଦିର ସୌନ୍ଦର୍ୟ୍ୟକରଣ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login