ବ୍ୟୁରୋ : ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଏହି ଦିନ ହିନ୍ଦୁମାନଙ୍କର ବଡ଼ ପର୍ବ ରୂପେ ପାଳିତ ହୋଇଥାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ଆଜିର ଦିନକୁ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ ଭାବରେ ବିବେଚନା କରାଯାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ଉତ୍କଳୀୟ ପରମ୍ପରାରେ ଏହି ନବବର୍ଷ ଓ ବିଷୁବ ସଂକ୍ରାନ୍ତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ସୂର୍ୟ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ବିଷୁବ ସଂକ୍ରାନ୍ତି କୁହାଯାଇଥାଏ । ଚୈତ୍ର ଶୁକ୍ଲ ପ୍ରତିପଦାକୁ ପାଞ୍ଜିକାରମାନେ ନବବର୍ଷ ଭାବେ ଗ୍ରହଣ କରିଥାନ୍ତି । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କ ଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।
ଏହି ଦିନ ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇ ଥାଏ । ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ସମସ୍ତ ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କ ରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍ୟାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍ୟାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି ।
ଆଜି ମହା ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











