ବ୍ୟୁରୋ : ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଏହି ଦିନ ହିନ୍ଦୁମାନଙ୍କର ବଡ଼ ପର୍ବ ରୂପେ ପାଳିତ ହୋଇଥାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ଆଜିର ଦିନକୁ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ ଭାବରେ ବିବେଚନା କରାଯାଏ । ଗ୍ରହ ଚଳନରୁ ପ୍ରସ୍ତୁତ ରାଶିଚକ୍ର ଅନୁସାରେ ଆଜି ହେଉଛି ବର୍ଷର ପ୍ରଥମ ଦିନ । ଉତ୍କଳୀୟ ପରମ୍ପରାରେ ଏହି ନବବର୍ଷ ଓ ବିଷୁବ ସଂକ୍ରାନ୍ତି ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ସୂର୍ୟ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ବିଷୁବ ସଂକ୍ରାନ୍ତି କୁହାଯାଇଥାଏ । ଚୈତ୍ର ଶୁକ୍ଲ ପ୍ରତିପଦାକୁ ପାଞ୍ଜିକାରମାନେ ନବବର୍ଷ ଭାବେ ଗ୍ରହଣ କରିଥାନ୍ତି । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କ ଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।
ଏହି ଦିନ ପ୍ରତ୍ୟେକ ଓଡ଼ିଆ ଘରେ ତୁଳସୀ ଚଉରା ମୂଳରେ ଏକ ଛୋଟ ମାଠିଆରେ ପଣା ରଖି ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇ ଥାଏ । ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ସମସ୍ତ ଶକ୍ତିପୀଠ ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କ ରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍ୟାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍ୟାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି ।
ଆଜି ମହା ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...