ପୁରୀ: ଆଜି ସାରା ଓଡିଶା ପାଳୁଛି ରସଗୋଲା ଦିବସ । ଶ୍ରୀ ଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ଓଡିଆ ଜାତିର ଆଉ ଏକ ପରିଚୟ ହେଉଛି ରସଗୋଲା । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହା ସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ । ୨୦୧୫ ଜୁଲାଇ ୩୦ ନୀଳାଦ୍ରି ବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପରେ ୨୦୧୬ ଜୁଲାଇ ୧୭ ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ପଶ୍ଚିମବଙ୍ଗ ‘ରସଗୁଲ୍ଲା’ ତାଙ୍କର ବୋଲି ଦାବି କରିଥିଲା । ୧୮୬୮ ମସହାରେ କଲିକତାରେ ନବୀନ ଚନ୍ଦ୍ର ଦାସ ପ୍ରଥମେ ‘ରସଗୁଲ୍ଲା’ ତିଆରି କରିଥିଲେ ବୋଲି ଯୁକ୍ତି କରିଥିଲା ପଶ୍ଚିମବଙ୍ଗ । ୨୦୦୯ ମସିହା ଜୁଲାଇ ୨୯ ତାରିଖରେ ଓଡିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଥିଲା । ଆଉ ଆମ ଓଡିଶାର ବିଜୟ ହୋଇଥିଲା । ରସଗୋଲା ଆମର ଅର୍ଥାତ ଓଡିଶାର ବୋଲି ପରିଚୟ ମିଳିଥିଲା ।
ଆଜି ରସଗୋଲା ଦିବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











