ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଜନ୍ମଦିନ । ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ୧୯୫୮ ମସିହା ଆଜିର ଦିନରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଉପରବେଡା ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା । ତେବେ ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ନେତା ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, “ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ସମର୍ପଣ ଆମ ସମସ୍ତଙ୍କୁ ପ୍ରେରଣା ଦିଏ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜ୍ଞାନ, ଗାରିମା ଓ ଆମ ଲୋକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ଏକ କିରଣ । ଦେଶର ପ୍ରଗତିକୁ ଆଗକୁ ବଢାଇବାକୁ ତାଙ୍କ ପ୍ରୟାସକୁ ପ୍ରଶଂସା କରୁଛି । ମୁଁ ତାଙ୍କୁ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରୁଛି’। ସେହିପରି ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପେରସାଦ ସନ୍ତୋଖୀ ମଧ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭକାମନା ଜଣାଇଛନ୍ତି ।
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











