The Ultimate Managed Hosting Platform
ADVERTISEMENT

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା

Facebook
Twitter
LinkedIn

ପୁରୀ : ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସଂପନ୍ନ । ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଖା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଯାହାକୁ ଚକଅଖ ଡେରା ନୀତି କୁହାଯାଏ । ତିନିବାଡର ପୂଜାପଣ୍ଡା ସକାଳଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ ଓ ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ । ତେବେ ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି । ପ୍ରାତଃ ୩ଟାରେ ସିଂହଦ୍ଵାର ଫିଟାଯାଇ ମଙ୍ଗଳଆଳତୀ ହୋଇଛି । ମଇଲମ,ଅବକାଶ ଇତ୍ୟାଦି ନୀତି ବଢିବା ପରେ ୭.୩୦ରୁ ୯ଟା ମଧ୍ୟରେ ସକାଳଧୂପ ଶେଷ ହୋଇ ୯.୩୦ରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ। ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login