ପୁରୀ : ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସଂପନ୍ନ । ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଖା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଯାହାକୁ ଚକଅଖ ଡେରା ନୀତି କୁହାଯାଏ । ତିନିବାଡର ପୂଜାପଣ୍ଡା ସକାଳଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ ଓ ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ । ତେବେ ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି । ପ୍ରାତଃ ୩ଟାରେ ସିଂହଦ୍ଵାର ଫିଟାଯାଇ ମଙ୍ଗଳଆଳତୀ ହୋଇଛି । ମଇଲମ,ଅବକାଶ ଇତ୍ୟାଦି ନୀତି ବଢିବା ପରେ ୭.୩୦ରୁ ୯ଟା ମଧ୍ୟରେ ସକାଳଧୂପ ଶେଷ ହୋଇ ୯.୩୦ରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ। ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି ।
ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











